Only for Entertainment

ଜାଣନ୍ତୁ ଆଜିର ରାଶିଫଳ

19

ମେଷ: ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ। ଆପଣ ନିଜର ଲକ୍ଷ୍ୟ ହାସଲ ପାଇଁ ଠୋସ୍‌ ଯୋଜନା କରିବେ। କର୍ମଜୀବୀ ମହିଳାଙ୍କର ଅଫିସରେ ଉନ୍ନତି ହେବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଆଜି ପୂରା ଦିନ ମନ ପ୍ରସନ୍ନ ରହିବ। କୌଣସି ବିଶେଷ କାର୍ଯ୍ୟ ଅତି ଶୀଘ୍ର କରିନେବେ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ପାଇବେ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ। ମହିଳାମାନେ ଖୁସିର ସହିତ ଜିନିଷପତ୍ର କିଣିବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ଦୁର୍ଗା।

ମିଥୁନ: ବ୍ୟବସାୟ ଓ ଚାକିରିରେ ଅଧୁରା ସ୍ବପ୍ନ ପୂରା ହୋଇପାରେ। ଆପଣଙ୍କ ପ୍ରଭାବ ଲୋକଙ୍କ ଉପରେ ପଡ଼ିବ। ଆର୍ଥିକ ସ୍ଥିତି ବଢ଼ିଆ ରହିବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

କର୍କଟ: ଆଜି ଆପଣ ପ୍ରେମ ହିଁ ପ୍ରେମ ବାଣ୍ଟିବେ। ସମୟ ଆପଣଙ୍କୁ ଅବଶ୍ୟ ସାଥ ଦେବ। କୌଣସି ଶୁଭ ଖବର ପାଇବେ। ପୂର୍ବରୁ ସ୍ଥଗିତ ଥିବା କାର୍ଯ୍ୟର ସମାଧାନ ହେବ। ସମାଜରେ ଆପଣଙ୍କର ସମ୍ମାନ ବଢ଼ିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ସମଲେଶ୍ବରୀ।

 

 

 

ସି˚ହ: ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ମନର କଥା କାହାରିକୁ କହିବେ। ବ୍ୟବସାୟରୁ ଆଶାନୁରୂପ ଫଳ ପାଇବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ସ˚ଚାର ଓ ଗଣମାଧୢମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

 

କନ୍ୟା: ଆଜି ସବୁ କିଛି ଠିକ୍‌ଠାକ୍‌ ରହିବ। ଆଗକୁ ବଢ଼ିବା ଲାଗି ନୂଆ ଅବସର ନଜରକୁ ଆସିବ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଢ଼ିବ। ବ୍ୟବସାୟୀଙ୍କୁ ବଡ଼ ଅର୍ଡର ମିଳିବ। ମହିଳାମାନଙ୍କ ଲାଗି ଭଲ ଦିନଟିଏ। ଜୀବନସାଥୀଙ୍କ ଠାରୁ ସୁନ୍ଦର ଉପହାର ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ଶ୍ରୀକୃଷ୍ଣ।

 

 

 

ତୁଳା: ଧର୍ମକାର୍ଯ୍ୟରେ ରୁଚି ବଢ଼ିବ। ଜୀବନରେ ସୁଖ ଓ ଶାନ୍ତି ଅନୁଭବ କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। କୌଣସି ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ବ୍ୟବସାୟରେ ବଡ଼ ସଉଦା ହୋଇପାରେ। ଶୁଭରଙ୍ଗ: ନୀଳ। ଆରାଧନା: ହର ପାର୍ବତୀ।

 

 

 

ବିଛା: କୌଣସି ବ୍ୟକ୍ତିଙ୍କ ସହିତ ମନର ମେଳ ହେବ। ଆପଣଙ୍କର ତର୍କ ଶକ୍ତି ଆଜି କାମରେ ଆସିବ। ପ୍ରଭୁଙ୍କ ପ୍ରତି ଆସ୍ଥା ବଢ଼ିବ। ଅଚାନକ ଧନଲାଭ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ କୀଚକେଶ୍ବରୀ।

 

 

ଧନୁ: ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ। ଭଲ ଲୋକଙ୍କ ସହାୟତାରେ ଧନଲାଭ ଯୋଗ ରହିଛି। କୌଣସି ସମାରୋହକୁ ଯିବା ପାଇଁ ଯୋଜନା କରିବେ। ଜୀବନସାଥୀଙ୍କ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

 

 

 

ମକର: ଦିନଟି ଆପଣଙ୍କ ଲାଗି ଲାଭପ୍ରଦ ରହିବ। ଇଚ୍ଛା ପୂରା କରିବାର ପ୍ରୟାସରେ ସଫଳ ହେବେ। ଚାକିରିଆଙ୍କୁ ଅଧିକାରୀଙ୍କ ସାହାଯ୍ୟ ମିଳିବ। ଘରୋଇ ସୁଖ ସୁବିଧା ପାଇଁ ନୂଆ ଜିନିଷ କିଣିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ଠାରୁ ଖୁସି ଖବର ମିଳିବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଦୁର୍ଗା।

 

 

 

କୁମ୍ଭ: ଆଜି ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆଜି କିଛି ନୂଆ କାମ କରି ପାରନ୍ତି। କଳା କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ନୂଆ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ। ଅଫିସରେ ନୂଆ ଦାୟିତ୍ବ ଭଲଭାବେ ନିର୍ବାହ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ।

 

 

 

ମୀନ: ଆପଣଙ୍କର ଊର୍ଜାର ସ୍ତର ବୃଦ୍ଧି ହେବ। ଅଫିସରେ ଆପଣଙ୍କ କାମକୁ ନେଇ କର୍ତ୍ତୃପକ୍ଷ ଖୁସି ହେବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ। ପ୍ରିୟ ବନ୍ଧୁଙ୍କ ସହିତ ନାଟକ ଦେଖିବାକୁ ଯିବେ। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ସୂର୍ଯ୍ୟଦେବ।

 

 

 

 

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More