Only for Entertainment

ଜାଣନ୍ତୁ ଆଜିର ରାଶିଫଳ

34

 

ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ବ୍ୟବସାୟ ସମ୍ବନ୍ଧିତ ଜରୁରୀ ଫଇସଲା ନେବେ। କଳା କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଉଧାର ଦେଇଥିବା ପଇସା ଅଚାନକ ଫେରସ୍ତ ପାଇବେ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଜରୁରୀ କାମ ବ୍ୟବସ୍ଥିତ କରିବାରେ ଦ୍ବିଗୁଣା ପରିଶ୍ରମ କରିବେ। ଆପଣଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତିରେ ସୁଧାର ହେବ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ମଙ୍ଗଳା।

ମିଥୁନ: ସ୍ଥଗିତ ଥିବା କାମର ସମାଧାନ ମିଳିବା ହେତୁ ମାନସିକ ଶାନ୍ତି ପାଇବେ। ଆପଣଙ୍କ ବ୍ୟବହାର ମଧୁର ରହିବ। ବ୍ୟବସାୟରେ ନୂଆ ସଉଦା ହେବ। ଘରକୁ ବନ୍ଧୁଙ୍କ ଆସିବାଯିବା ଲାଗି ରହିବ। ସ୍ବାସ୍ଥ୍ୟ ପ୍ରତି ଟିକେ ସତର୍କ ରହନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

କର୍କଟ: ଉନ୍ନତି ପାଇଁ କୌଣସି ନୂଆ ସୁଯୋଗ ମିଳିବ। ଆପଣଙ୍କ ମନ କାମଧନ୍ଦାରେ ଲାଗି ରହିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ଭଲ ହେବ। ସନ୍ଧ୍ୟାରେ କୌଣସି ବନ୍ଧୁ ବା ଜୀବନସାଥୀଙ୍କ ସହିତ ହସଖୁସିରେ ସମୟ କଟିବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ତାରିଣୀ।

ସି˚ହ: ଦିନଟି ଆପଣଙ୍କୁ ସଫଳତା ଓ ପ୍ରଗତି ଆଣିଦେବ। ଯାହା ବି କାମ ଆରମ୍ଭ କରିବେ, ଅଳ୍ପ ସମୟରେ ପୂରା କରିବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପ୍ରେମିକପ୍ରେମିକା ବାହାରକୁ ବୁଲି ଯିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଇଚ୍ଛାଶକ୍ତି କିଛି ମାତ୍ରାରେ ଆପଣଙ୍କୁ ବିରକ୍ତି କରିପାରେ। ଚାକିରିଆଙ୍କୁ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯାତ୍ରା କରିବେ। ଅବିବାହିତଙ୍କୁ ବିବାହ ପ୍ରସ୍ତାବ ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ସମଲେଶ୍ବରୀ।

ତୁଳା: ଦିନଟି ଆପଣଙ୍କ ଲାଗି ନୂଆ ସ୍ବାଗତ ନେଇ ଆସିଛି। କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ଅସୁବିଧା ଦୂର ହୋଇଯିବ। ଲକ୍ଷ୍ମୀଙ୍କର ଆଗମନ ହେବ। ବ୍ୟବସାୟରୁ ଆଶାନୁରୂପ ଫଳ ପାଇବେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବିଛା: ଆପଣ କିଛି ନୂଆ କରି ଦେଖାଇବା ପାଇଁ ଯୋଜନା କରିପାରନ୍ତି। ଶତ୍ରୁଙ୍କୁ ପରାସ୍ତ କରିବେ। କର୍ମଚାରୀଙ୍କୁ ଧନଲାଭ ହୋଇପାରେ। ସାମାଜିକ ସମାରୋହରେ ସହଭାଗିତା କରିବାର ସୁଯୋଗ ମିଳିବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ବର।

ଧନୁ: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଜୀବନରେ କିଛି ନୂଆ କରିବା ଲାଗି ମନରେ ଭାବନା ଉଦ୍ରେକ ହେବ। ସବୁ ଲୋକ ଆପଣଙ୍କ କାମରେ ଯଥେଷ୍ଟ ପ୍ରଭାବିତ ହେବେ। ପୂର୍ବରୁ ବାକି ପଡ଼ିଥିବା ପଇସା ମିଳିପାରେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ଦୁର୍ଗା।

ମକର: ପୁରୁଣା ସମସ୍ୟା ସାମନାକୁ ଆସିପାରେ। ଗୁରୁତ୍ବପୂର୍ଣ୍ଣ ଦଲିଲ ଭଲ ଭାବେ ପଢ଼ି ଦସ୍ତଖତ କରନ୍ତୁ। ପଇସା ସମ୍ବନ୍ଧିତ କୌଣସି ମାମଲାର ସମାଧାନ ହୋଇଯିବ। ସ୍ବାସ୍ଥ୍ୟରକ୍ଷା ଲାଗି ପ୍ରତିଦିନ ପ୍ରାତଃ ଭ୍ରମଣ କରନ୍ତୁ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ଶ୍ରୀ ଗଣେଶ।

କୁମ୍ଭ: ବୟୋଜ୍ୟେଷ୍ଠଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ। ରାଜନୀତିରେ ବଡ଼ ଓ ପ୍ରତିଷ୍ଠିତ ଲୋକଙ୍କ ସହିତ ମେଳମିଳାପ ହେବ। ଆପଣଙ୍କ ଚଞ୍ଚଳ ସ୍ବଭାବ ପାଇଁ ଟିକେ ବିରକ୍ତି ହୋଇପାରନ୍ତି। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ମୀନ: ଆଗକୁ ବଢ଼ିବାର ଦିନଟିଏ। ଆପଣଙ୍କ ନିର୍ଭୀକ ବ୍ୟକ୍ତିତ୍ବ ଅନ୍ୟମାନଙ୍କୁ ଆକର୍ଷିତ କରିବ। ସ˚ପତ୍ତି ବିବାଦ ସମାପ୍ତ ହେବ। ଚାକିରିରେ ଉନ୍ନତି ହେବ। ସନ୍ଧ୍ୟା ସମୟରେ ଶୁଭ ଖବର ମିଳିବ। ପ୍ରେମିକାଙ୍କୁ ଉପହାର ଦେଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

 

 

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More