Only for Entertainment

ଜାଣନ୍ତୁ ଆଜିର ରାଶିଫଳ

26

ମେଷ: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ବିଦେଶ ଯିବାର ଯୋଗ ରହିଛି। ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ମେରୁନ। ଆରାଧନା: ବାବା ଗୁପ୍ତେଶ୍ବର।

 

 

 

 

ବୃଷ: ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। ଅଫିସରେ ଆପଣଙ୍କ କଥାକୁ କର୍ତ୍ତୃପକ୍ଷ ଗୁରୁତ୍ବ ଦେବେ। ବୈବାହିକ ଜୀବନ ଖୁସିଭରା ରହିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

ମିଥୁନ: ନିର୍ଦ୍ଦିଷ୍ଟ ସମୟ ଭିତରେ କାମ ସ˚ପୂର୍ଣ୍ଣ ହେବା ଯୋଗୁଁ ମନ ଶାନ୍ତ ରହିବ। ସରକାରୀ ଚାକିରି ପାଇଁ ପ୍ରୟାସ କରିଆସୁଥିବା ବ୍ୟକ୍ତି ବିଶେଷଙ୍କୁ ଆଜି ଶୁଭ ଖବର ମିଳିବ। ମିତ୍ରଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ସୂର୍ଯ୍ୟଦେବ।

 

 

 

 

କର୍କଟ: ପାରିବାରିକ ମାମଲାକୁ ନେଇ ଆପଣଙ୍କର ବ୍ୟସ୍ତତା ବଢ଼ିବ। କାମକୁ ନେଇ ଉଚ୍ଚ ଅଧିକାରୀ ଆପଣଙ୍କ ଉପରେ ନାରାଜ ହୋଇପାରନ୍ତି। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

 

 

 

ସି˚ହ: ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ଆପଣଙ୍କ ଉନ୍ନତିର ନୂଆ ରାସ୍ତା ଖୋଲିବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

 

 

 

କନ୍ୟା: ପ୍ରଭୁଙ୍କ ଧୢାନରେ ମନକୁ ଶାନ୍ତି ମିଳିବ। ଧର୍ମ ଚର୍ଚ୍ଚାରେ ଅ˚ଶ ଗ୍ରହଣ କରିବେ। ଆପଣଙ୍କୁ କିଛି ଭଲ ଅବସର ମିଳିପାରେ। କାରବାରରେ ସଫଳତା ମିଳିବ। ଛାତ୍ରଙ୍କୁ ଶିକ୍ଷକଙ୍କ ପୂରା ସହଯୋଗ ମିଳିବ। ଶୁଭରଙ୍ଗ: ଗୋଲାପି। ଆରାଧନା: ହର ପାର୍ବତୀ।

 

 

 

ତୁଳା: ଆପଣଙ୍କ ମିଷ୍ଟ ବ୍ୟବହାର ଆପଣଙ୍କୁ ଯଥେଷ୍ଟ ଲାଭ ଆଣିଦେବ। ଆପଣଙ୍କ ଜୀବନ ଲାଗି କିଛି ଖାସ୍‌ ସୁଯୋଗ ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଛାତ୍ରଙ୍କୁ ପରିଶ୍ରମର ଯଥେଷ୍ଟ ସୁଫଳ ମିଳିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଭଦ୍ରକାଳୀ।

 

ବିଛା: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚା ରହିବ। କାରବାରରୁ ଆଶାଠୁଁ ଅଧିକ ଲାଭ ପାଇବେ। ସମାଜରେ ଲୋକପ୍ରିୟତା ବୃଦ୍ଧି ହେବ। କ˚ପାନିରେ ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କୁ ପଦୋନ୍ନତି ମିଳିପାରେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

ଧନୁ: ଆପଣଙ୍କ ନୂଆ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ। କାରବାର ବିସ୍ତାର ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ। ରାଜନୀତି କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷଙ୍କ ଲାଗି ଦିନଟି ଶୁଭ। ପଢ଼ାଲେଖାରେ ସହପାଠୀଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

 

 

 

ମକର: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। କ୍ୟାରିୟର ପାଇଁ ନୂଆ ସୁଯୋଗ ମିଳିବ। ଆପଣଙ୍କ ବ୍ୟବହାର ବହୁତ ମଧୁର ରହିବ। ନୂଆ ଲୋକଙ୍କ ସହିତ ପରିଚୟ ହୋଇପାରେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ଶ୍ରୀକୃଷ୍ଣ।

 

 

 

କୁମ୍ଭ: ଦିନଟି ଆପଣଙ୍କ ଲାଗି ଖାସ୍‌ ରହିବ। ଆପଣଙ୍କ ସ୍ନେହର ଆଭା ଅନ୍ୟକୁ ପ୍ରଭାବିତ କରିବ। ପରିବାର ସହଯୋଗରେ ଜରୁରୀ କାମ ପୂରା ହେବ। ଛାତ୍ରଙ୍କୁ ଶିକ୍ଷକଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ବିରଜା।

 

 

 

ମୀନ: କାରବାରରେ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିବେ ଓ ସଫଳ ହେବେ। ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରା ହେବ। ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More