Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
0 39

ମେଷ: ପୂରାଦିନ ନୂଆ ଉତ୍ସାହ ଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତିରେ ଲାଭ ପାଇବେ। ବାହାର କାମରେ ଗଲାବେଳେ ବାହନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ମହାମୃତ୍ୟୁଞ୍ଜୟଶ୍ୱର।

ବୃଷ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। ମହତ୍ତ୍ଵପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ; ସହଜ ବାର୍ତ୍ତା ହେବ। କାରବାର ଓ ଆୟ ବୃଦ୍ଧି ହେବ। ରାଜନୀତିରେ ମହତ୍ତ୍ଵାକାଂକ୍ଷା ପୂରା ହେବ। ଛାତ୍ରୀଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା କପିଳାସ।

ମିଥୁନ: ଆପଣଙ୍କ ଊର୍ଜା ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ବିରୋଧୀଙ୍କ ଉପରେ ବିଜୟ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ୟ୍ୟଦେବ।

କର୍କଟ: ପାରିବାରିକ ଗତିବିଧିରେ ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ। କାର୍‌ ଚଳାଇବା ସମୟରେ ମୋବାଇଲରେ କଥାବାର୍ତ୍ତା କରନ୍ତୁ ନାହିଁ। ଛାତ୍ରମାନେ ଏକାଗ୍ରତାର ସହ ପଢ଼ିବା ପାଇଁ ଚେଷ୍ଟା କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ସିଂହ: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ। ହେଲେ କିଛି କରିପାରିବେ ନାହିଁ। ବ୍ୟବସାୟରେ ଭଲ ଲାଭ ହେବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ୱରୀ।

କନ୍ୟା: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ପ୍ରିୟବନ୍ଧୁଙ୍କ ସହିତ ମିଶିବା ପାଇଁ ବ୍ୟଗ୍ର ହେବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ତୁଳା: ସାରାଦିନ ଆପଣ ସ୍ଫୂର୍ତ୍ତିଶୀଳ ରହିବେ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ଖାତା ବହି ଦୋକାନ ଖୋଲିବା ପାଇଁ ଦିନଟି ବହୁତ ଭଲ। ଆପଣଙ୍କୁ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିପାରେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ବିରଜା।

ବିଛା: ସମୟ ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସ୍‌ରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ। ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ଡଳମଣି।

ଧନୁ: ଧାର୍ମିକ କାର୍ୟ୍ୟରେ ଅଂଶ ଗ୍ରହଣ କରିବେ। ବୁଦ୍ଧିଜୀବୀଙ୍କ ସହିତ ସଂପର୍କ ମଜଭୁତ ହେବ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍‌ କରିବେ। ପତିପତ୍ନୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସୂର୍ୟ୍ୟଦେବ।

ମକର: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ରାଜନୀତିରେ ଆର୍ଥିକ ଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

କୁମ୍ଭ: ଦେବୀମାତାଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢ଼ାଳି କରିବେ; ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଭଲ କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ମୀନ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ମନ କିଛି କହିବ ଆଉ ହୃଦୟ କିଛି କହିବ। ଆପଣଙ୍କ କାମ ସଂପୂର୍ଣ୍ଣ ନହେବା ପୂର୍ବରୁ ମନକଥା କାହାରିକୁ କହନ୍ତୁ ନାହିଁ। ଚାକିରିଆଙ୍କର ବଦଳି ହୋଇପାରେ। ଶୁଭରଙ୍ଗ: ବାଦାମୀ। ଆରାଧନା: ପ୍ରଭୁ ହନୁମାନ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More