Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
0 44

ମେଷ: ଜୀବନରେ ଲାଗିରହିଥିବା ସଂଘର୍ଷର ସମାପ୍ତ ପାଇଁ ସମୟ ଭଲ। ଭାଗ୍ୟ ଆପଣଙ୍କୁ ପୂରା ସାଥ ଦେବ। ଚାକିରି ତଲାସରେ ଥିବା ବ୍ୟକ୍ତି ଓ ଚାକିରିଆଙ୍କ ଲାଗି ଦିନଟି ବିଶେଷ ଶୁଭକାରୀ ରହିବ। ପ୍ରେମ ସମ୍ବନ୍ଧରେ ମଧୁରତା ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଆଖଣ୍ଡଳମଣି।

ବୃଷ: ନିଜର କାମ ଉତ୍ସାହର ସହିତ କରିବେ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ଦାୟିତ୍ଵ ଅର୍ପଣ କରିବେ। ସହଯୋଗୀଙ୍କ ସହିତ ବୁଝାମଣା ଠିକ୍‌ ରହିବ। ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ରହିବ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ହରିଶଙ୍କର।

ମିଥୁନ: ପୂଜାର୍ଚ୍ଚନାରେ ଅଧିକ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। ଆପଣଙ୍କ କଂପାନିକୁ ବଡ଼ ସୁଯୋଗ ମିଳିବ ଯାହା କି ଭବିଷ୍ୟତରେ ଲାଭପ୍ରଦ ହେବ। ରାଜନୀତିରେ ପ୍ରସିଦ୍ଧି ଲାଭ କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ବିମଳା।

କର୍କଟ: ନକାରାତ୍ମକ ଚିନ୍ତା ମନରୁ ବାହାର କରି ଦିଅନ୍ତୁ। ବାହାରକୁ ଯିବା ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରନ୍ତୁ, ଭଲ ହେବ। ଆପଣଙ୍କର ସାମାଜିକ ପରିଧି ବଢ଼ିବ। ଆପଣଙ୍କର ସୁଖ ସୁବିଧା ପାଇଁ ଖର୍ଚ୍ଚ କରିବେ। ଛାତ୍ରଙ୍କୁ ସହପାଠୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

ସିଂହ: ଆପଣଙ୍କ ସ୍ୱଭାବ ନେତାଙ୍କ ଭଳି ରହିବ। ଧନଲାଭ ଯୋଗ ରହିଛି। ଚାକିରିରେ ନିଷ୍ଠାର ସହିତ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରା ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

କନ୍ୟା: ଆପଣଙ୍କ ଦୃଷ୍ଟିକୋଣ ସୁଧାରବାଦୀ ରହିବ। ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟ ଲାଗି ନୂଆ ସୁଯୋଗ ମିଳିବ। ଇଂଜିନିୟରିଂ ଛାତ୍ରଙ୍କୁ ଚାକିରିର ପ୍ରସ୍ତାବ ମିଳିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ବିରଜା।

ତୁଳା: ଦିନଟି ବଢ଼ିଆ। କାମ ଧନ୍ଦାରେ ମନ ଲାଗି ରହିବ। ସାହସିକ ଫଇସଲାରେ ଆପଣଙ୍କୁ ସଫଳତା ମିଳିବ। ଅଚାନକ ଖୁସି ଖବର ମିଳିବ। ସନ୍ଧ୍ୟାରେ ଜୀବନସାଥୀଙ୍କ ସହିତ ହୋଟେଲକୁ ଭୋଜନ ପାଇଁ ଯାଇପାରନ୍ତି। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଦୁର୍ଗା।

ବିଛା: ବନ୍ଧୁ ଓ ସଂପର୍କୀୟଙ୍କ ସହିତ ହସଖୁସିରେ ସମୟ କଟିବ। ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ଫଳାଫଳ ପାଇବେ। ଆପଣ କିଛି ନୂଆ କାମର ଶୁଭାରମ୍ଭ କରିପାରନ୍ତି। ରାଜ୍ୟ ବାହାରକୁ ଯିବାର ଯୋଗ ରହିଛି। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଭୈରବୀ।

ଧନୁ: ବୁଦ୍ଧିମତ୍ତାରେ କାମ କରନ୍ତୁ; ଆପଣଙ୍କର ଫାଇଦା ହେବ। ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ମିଶିବାର ସୁଯୋଗ ଆସିବ। ସମାଜରେ ଆପଣଙ୍କର ସ୍ଥିତି ମଜଭୁତ ହେବ। ଯାତ୍ରା ଅଧିକ ହେତୁ କ୍ଳାନ୍ତ ଅନୁଭବ କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ସୂର୍ଯ୍ୟଦେବ।

ମକର: କ୍ୟାରିୟର ଗଢ଼ିବା ପାଇଁ ଭଲ ସୁଯୋଗ ପାଇବେ। ଶତ୍ରୁ ଆପଣଙ୍କର କିଛି କ୍ଷତି କରି ପାରିବେ ନାହିିଁ। ଅଚାନକ ଧନଲାଭ ହେବ। ପ୍ରେମ ସମ୍ବନ୍ଧୀୟ ଓ ବୈବାହିକ ଜୀବନରେ ସୁଖୀ ରହିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଭଲ କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ଶ୍ରୀ ଗଣେଶ।

କୁମ୍ଭ: ଆପଣ ଊର୍ଜା ଓ ଆତ୍ମବିଶ୍ୱାସ ଭରା ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ କାର୍ଯ୍ୟ ଅତିଶୀଘ୍ର ପୂରା କରିବେ। ଆପଣଙ୍କ ବ୍ୟବହାର ସମସ୍ତଙ୍କ ପ୍ରତି ଭଲ ରହିବ। ମହିଳାଙ୍କ ଅଫିସ୍‌ରେ ଉନ୍ନତି ହେବ। ପ୍ରିୟ ବନ୍ଧୁଙ୍କ ସହିତ ଭ୍ରମଣରେ ଯାଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ୱରୀ।

ମୀନ: ଜୀବନରେ ମଉଜ ମଜଲିସ ପାଇଁ ସୁନ୍ଦର ଅବସର ପାଇବେ। ଜୀବନସାଥୀଙ୍କ ସହଯୋଗ ପାଇବେ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ଵାରା ଭବିଷ୍ୟତରେ ଲାଭ ମିଳିବ। ରାତିରେ ନିଦ ଭଲ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More