Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
0 55

ମେଷ: ଶାସନରେ ଥିବା ଲୋକଙ୍କ ସହିତ ସଂପର୍କ ବଢ଼ିବ। ତାଙ୍କ ଦ୍ଵାରା ଭବିଷ୍ୟତରେ ଲାଭ ପାଇବେ। କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବଂ ସଫଳ ହେବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଶୁଭରଙ୍ଗ: ସବୁଜ। ଆରାଧନା: ସନ୍ତୋଷୀ ମାତା।

ବୃଷ: ଦିନଟି ଆପଣଙ୍କ ପାଇଁ ଭଲ ରହିବ। ପୁଞ୍ଜି ବଜାରରେ ଅର୍ଥନିବେଶ କରନ୍ତୁ; ଲାଭ ପାଇବେ। ବ୍ୟବସାୟରେ ବିକ୍ରି ବଢ଼ିବ ଓ ଆର୍ଥିକ ଲାଭ ହେବ। ପରିବାରରେ ଖୁସିର ବାତାବରଣ ରହିବ। ଯୁବତୀମାନେ ପ୍ରିୟବନ୍ଧୁଙ୍କ ସହିତ ଗପସପରେ ସମୟ ବ୍ୟୟ କରିବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ହରିଶଙ୍କର।

ମିଥୁନ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ନୂଆ କାର୍ଯ୍ୟକୁ ନେଇ ଯୋଜନା ପ୍ରସ୍ତୁତ କରିବେ। ବରିଷ୍ଠଜନଙ୍କ ସହିତ ସମ୍ବନ୍ଧ ନିକଟସ୍ଥ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଖୁବ୍‌ ଭଲ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

କର୍କଟ: ପୂଜାର୍ଚ୍ଚନାରେ ଅଧିକ ଏକାଗ୍ରତା ଅନୁଭବ କରିବେ। ଅଧିକ ସମୟ ଉପବାସ ରହନ୍ତୁ ନାହିଁ। ଆପଣ ନିଜ କାମରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେବେ। ଭାଇଭଉଣୀଙ୍କ ସହିତ ଉତ୍ତମ ବୁଝାମଣା ରହିବ। ବ୍ୟବସାୟ ବିସ୍ତାର ପାଇଁ ସୁଯୋଗ ପାଇବେ। ଶୁଭରଙ୍ଗ: ଧୂସର। ଆରାଧନା: ହର ପାର୍ବତୀ।

ସିଂହ: ନକାରାତ୍ମକ ଚିନ୍ତା ମନରୁ ବାହାର କରି ଦିଅନ୍ତୁ। ଆପଣଙ୍କ କାମରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଶତ୍ରୁମାନେ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ। ଧାର୍ମିକ କାମରେ ଧନ ଖର୍ଚ୍ଚ କରିବେ। ଶୁଭରଙ୍ଗ: କମଳା ରଙ୍ଗ। ଆରାଧନା: ସୂର୍ଯ୍ୟଦେବ।

କନ୍ୟା: ବ୍ୟବହାରରେ ସକାରାତ୍ମକ ବଜାୟ ରଖନ୍ତୁ; ଲାଭ ହେବ। ଆପଣଙ୍କର ଆବଶ୍ୟକତାକୁ ପୂରା କରିବା ପାଇଁ ବନ୍ଧୁବର୍ଗ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ସାମାଜିକ ପରିଧି ବଢ଼ିବ। ଆପଣଙ୍କ ପ୍ରେମରେ ସଫଳତା ମିଳିବ। ଶୁଭରଙ୍ଗ: ମେରୁନ। ଆରାଧନା: ଶ୍ରୀ ଗଣେଶ।

ତୁଳା: ଆଜି କେବଳ ନିଜ କାମରେ ମନଯୋଗ ଦିଅନ୍ତୁ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ସ୍ୱାସ୍ଥ୍ୟ ପ୍ରତି ଟିକେ ଧ୍ୟାନ ଦିଅନ୍ତୁ। ଘରୋଇ ଚିନ୍ତା ଧୀରେ ଧୀରେ ସମାପ୍ତ ହେବ। ଛାତ୍ରଛାତ୍ରୀଙ୍କୁ ସଫଳତା ପାଇବାକୁ ହେଲେ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ମଙ୍ଗଳା।

ବିଛା: ନୂଆ ଚାକିରି ମିଳିବାର ଯୋଗ ରହିଛି। ସମ୍ମାନିତ ଲୋକଙ୍କ ସହିତ ମିଶିବେ। ସାମାଜିକ କ୍ଷେତ୍ରରେ ଯଶ ମିଳିବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ହସଖୁସି ଓ ମଉଜ ମଜଲିସରେ ସମୟ କାଟିବେ। ଶୁଭରଙ୍ଗ: ଧୂସର। ଆରାଧନା: ବାବା କପିଳାସ।

ଧନୁ: ଭାଗ୍ୟ ଆପଣଙ୍କୁ ସାଥ ଦେବ। ବ୍ୟବସାୟ ଓ ଚାକିରିରେ ପୁରୁଣା ବିବାଦ ସମାପ୍ତ ହୋଇଯିବ। ଆବଶ୍ୟକତା ଠାରୁ କାହାରିକୁ ଅଧିକ ବିଶ୍ୱାସ କରନ୍ତୁ ନାହିିଁ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ଅଧିକ ସମୟ ଦେବେ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ମାଆ ସରସ୍ୱତୀ।

ମକର: ପ୍ରଭାବଶାଳୀଲୋକଙ୍କ ସହଯୋଗ ଆପଣଙ୍କ ଉତ୍ସାହକୁ ଦିଗୁଣା କରିବ। ପ୍ରତିଟି କ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ଧାର୍ମିକ କାର୍ଯ୍ୟରେ ଆପଣଙ୍କର ରୁଚି ଜାଗ୍ରତ ହେବ। ବୈବାହିକ ଜୀବନ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଲିଙ୍ଗରାଜ।

କୁମ୍ଭ: ସାହସ ବଜାୟ ରଖନ୍ତୁ, ଆପଣଙ୍କୁ ଲାଭ ହେବ। ପୁରୁଣାବନ୍ଧୁଙ୍କ ସହିତ ସାକ୍ଷାତ ହେବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ମହିଳାମାନେ ଲୁଗାପଟା ଓ ଗହଣା କିଣିବା ପାଇଁ ଉତ୍ସୁକ ହେବେ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ସମଲେଶ୍ୱରୀ।

ମୀନ: ଦିନଟି ଆପଣଙ୍କ ପାଇଁ ଅନୁକୂଳ। ଆପଣ ଯାହା ବି କାମ କରିବେ, ଲାଭ ପାଇବେ। ରାଜନୈତିକ ମହତ୍ତ୍ଵାକାଂକ୍ଷା ପୂରା ହେବ। ମହିଳାମାନେ ପରିଧାନଶୈଳୀ ପ୍ରତି ବିଶେଷ ଧ୍ୟାନ ଦେବେ। ସଂପର୍କରେ ପ୍ରେମ ଓ ସୌହାର୍ଦ୍ଦ ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀକୃଷ୍ଣ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More