Only for Entertainment

ଜାଣନ୍ତୁ ଆଜିର ରାଶିଫଳ

youtube
0 41

ମେଷ: ଆପଣଙ୍କ ଊର୍ଜାର ସ୍ତର ବୃଦ୍ଧି ହେବ। ପ୍ରତିଟି କାମ ଖୁସିର ସହିତ କରିବେ। ଆପଣଙ୍କର ଦରମା ବଢ଼ିପାରେ। ବ୍ୟବସାୟରେ ବଡ଼ ଅର୍ଡର ପାଇବେ। ମହିଳାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିରଜା।

 

ବୃଷ: ଅଧିକାରୀବର୍ଗଙ୍କ ସହିତ ତାଳମେଳ ବଜାୟ ରଖନ୍ତୁ, ଫାଇଦା ହେବ। ପରିବାର ସଦସ୍ୟଙ୍କ ସହିତ ମତଭେଦ ହୋଇପାରେ। ସେୟାର ବଜାରରେ ଆପଣ ନିରାଶ ହୋଇପାରନ୍ତି। ଖାଦ୍ୟପେୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ସୁରେଶ୍ୱରୀ।

 

ମିଥୁନ: ଆପଣଙ୍କ ଭାଗ୍ୟର ତାରକା ଉଜ୍ଜ୍ଵଳ ରହିବ। ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ସାମାଜିକ କାର୍ଯ୍ୟରେ ଆପଣଙ୍କର ମହତ୍ତ୍ଵପୂର୍ଣ୍ଣ ଭୂମିକା ରହିବ। ସୁଖ ସୁବିଧା ବୃଦ୍ଧି ହେବ। ପ୍ରେମରେ ସଫଳତା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ସତ୍ୟନାରାୟଣ।

 

କର୍କଟ: ଭାଗ୍ୟ ଆପଣଙ୍କୁ ସାଥ ଦେବ। କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବଂ ସଫଳ ହେବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ଉତ୍ପନ୍ନ ହେବ। ସାଥୀଙ୍କ ପ୍ରତି ସ୍ନେହ ଓ ପ୍ରେମଭାବ ରହିବ। ବିଦ୍ୟାର୍ଥୀଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

 

ସିଂହ: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଦୀର୍ଘଦିନରୁ ସ୍ଥଗିତ ଥିବା କାମ ପୂରା ହେବ। ଅଚାନକ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିପାରେ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସରସ୍ୱତୀ।

 

କନ୍ୟା: ସତ୍‌ସଙ୍ଗରେ ସମୟ ବିତିବ। ସନ୍ତାନଙ୍କ ଠାରୁ ଭଲ ଖବର ପାଇବେ। ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ। ବ୍ୟବସାୟରେ ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

 

 

ତୁଳା: ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧର୍ମ ସମ୍ବନ୍ଧରେ ଲୋକଙ୍କୁ ବୁଝାଇବେ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ଅଫିସରେ ସହକର୍ମୀଙ୍କ ବ୍ୟବହାରରେ ସନ୍ତୁଷ୍ଟ ରହିବେ। ଶୁଭରଙ୍ଗ: ମେରୁନ। ଆରାଧନା: ହର ପାର୍ବତୀ।

 

ବିଛା: ଆପଣଙ୍କ ଆଖପାଖରେ ମଧୁର ବାତାବରଣ ରହିବ। ପଡ଼ୋଶୀଙ୍କ ଠାରୁ ଭଲ ଖବର ପାଇବେ। ଆଜି ଆପଣଙ୍କୁ ଭଲ କାମ ଯୋଗୁଁ ସମ୍ମାନିତ କରାଯିବ। ରାଜନୀତି କ୍ଷେତ୍ରକୁ ଯିବା ପାଇଁ ବିଚାର କରିବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଭୈରବୀ।

 

 

ଧନୁ: ସାରାଦିନ ସ୍ଫୂର୍ତ୍ତିଶୀଳ ରହିବେ। ରାଜନୀତିରେ ସୀମା ବଢ଼ାଇବେ। ଲୋକଙ୍କ ସହିତ ଘନିଷ୍ଠତା ବଢ଼ିବ। ବ୍ୟବସାୟରେ ନୂଆ ସୁଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ଫିକା ହଳଦିଆ।

 

ମକର: କାର୍ଯ୍ୟ ବ୍ୟସ୍ତତା ହେତୁ କ୍ଳେଶ ଅନୁଭବ କରିବେ। ଆର୍ଥିକ ସ୍ଥିତି ଭଲ; ହେଲେ ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ନୂଆ ଜମି କିଣିବା ପୂର୍ବରୁ ଦଲିଲକୁ ଭଲଭାବେ ଯାଞ୍ଚ କରି ନିଅନ୍ତୁ। ବିବାହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

 

 

କୁମ୍ଭ: ବ୍ୟବସାୟୀଙ୍କ ପାଇଁ ଦିନଟି ଅନୁକୂଳ। ସଫଳତା ପାଇବା ଦିଗରେ ଅଗ୍ରସର ହେବେ। ପାରିବାରିକ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ସନ୍ତାନଙ୍କ ପକ୍ଷରୁ ଖୁସି ଖବର ମିଳିବା ହେତୁ ଗୌରବ ଅନୁଭବ କରିବେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ତାରିଣୀ।

 

ମୀନ: ଆପଣଙ୍କ ରୁଚି ରଚନାତ୍ମକ କାର୍ଯ୍ୟରେ ଲାଗି ରହିବ। ବ୍ୟବସାୟରୁ ଆଶାତୀତ ଫଳ ପାଇବେ। ଆପଣଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More