Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
0 41

ମେଷ: ସ୍ୱାସ୍ଥ୍ୟ ସମ୍ବନ୍ଧରେ ଦିନଟି ଭଲ ରହିବ। ଅନ୍ୟମାନଙ୍କ ସହିତ ସହଜ ଭାବେ କାମ କରିବେ। ଅଚାନକ ଧନଲାଭ ହେବ। କଳା ସଙ୍ଗୀତ କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଭଲ ପ୍ରଦର୍ଶନ କରିବେ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ବାବା ଲିଙ୍ଗରାଜ।

ବୃଷ: ସମସ୍ୟାର ସମାଧାନ ପାଇଁ ନୂଆ କୌଶଳ ଅବଲମ୍ବନ କରିବେ। ବନ୍ଧୁବର୍ଗଙ୍କ ସହାୟତା ପାଇବେ। ଉନ୍ନତି ପାଇଁ ନୂଆ ସୁଯୋଗ ମିଳିବ। ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି। ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଦୁର୍ଗା।

ମିଥୁନ: ଅଫିସରେ ଆଜି ସାବଧାନତା ଅବଲମ୍ବନ କରିବା ଦରକାର। ଆପଣଙ୍କ ବାଣୀ ଉପରେ ସଂଯମ ରଖନ୍ତୁ। କ୍ୟାରିୟରକୁ ନେଇ କୌଣସି ବଡ଼ ଫଇସଲା ନେଇପାରନ୍ତି। କୌଣସି ମହିଳାଙ୍କ ସହିତ ସଂପର୍କ ସ୍ଥାପନ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଭାବିଥିବା ଯୋଜନା ବଢ଼ିଆ ପ୍ରମାଣିତ ହେବ। ମିଷ୍ଟ ବ୍ୟବହାରରେ ସବୁ କାମ ପୂରା କରିନେବେ। କଳାକାରଙ୍କୁ ଫିଲ୍ମର ପ୍ରସ୍ତାବ ମିଳିବ। ଜୀବନସାଥୀ ଓ ବନ୍ଧୁମାନଙ୍କ ଠାରୁ ସ୍ନେହ ପ୍ରାପ୍ତ କରିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମହାଦେବ।

ସିଂହ: ଦିନଟି ଖୁସି ଭରା ରହିବ। ସଫଳତାର ନୂଆ ପାହାଚରେ ପାଦ ରଖିବେ। ବିଭିନ୍ନ ଲୋକଙ୍କ ସହିତ ମିଶିବେ। ଜୀବନସାଥୀଙ୍କ ସହିତ ମତଭେଦ ଦୂର ହେବ। ଛାତ୍ରଙ୍କୁ ଆଜି କମ ପରିଶ୍ରମରେ ଯଥେଷ୍ଟ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ପାଟଣେଶ୍ୱରୀ।

କନ୍ୟା: ଆଜି ଆପଣ ଆଲୋଚକ ରୂପେ କାମ କରିବେ। କାହାରିକୁ ଉଧାର ଦେଲେ ଠିକଣା ସମୟରେ ଅର୍ଥ ଫେରସ୍ତ ପାଇବାର ଆଶା କମ୍‌। ପ୍ରେମ ଜୀବନ ଖୁବ୍‌ ରୋଚକ ଓ ଆନନ୍ଦମୟ ରହିବ। ଖାଦ୍ୟ ପାନୀୟର ଆନନ୍ଦ ନେବେ। ଶୁଭରଙ୍ଗ: ସବୁଜ। ଆରାଧନା: ମହାଲକ୍ଷ୍ମୀ।

ତୁଳା: କର୍ମ କ୍ଷେତ୍ରରେ ଆଗକୁ ବଢ଼ିବେ। କିଛି ନୂଆ କରି ଶିକ୍ଷା ଲାଭ କରିବେ। ଆର୍ଥିକ ରୂପେ ଆଜି ଭଲ ଫଳାଫଳ ମିଳିବ। ସମାଜରେ ମାନ ପ୍ରତିଷ୍ଠା ହେବ। କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

ବିଛା: ଦିନଟି ମହତ୍ତ୍ଵପୂର୍ଣ୍ଣ ରହିବ। ଆପଣଙ୍କ ପରିଶ୍ରମରେ ଆପଣଙ୍କୁ ଯଥେଷ୍ଟ ଫାଇଦା ମିଳିବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ସାମୂହିକ ଆୟୋଜନରେ ଯାଆନ୍ତୁ, ଆପଣଙ୍କର ମାନସମ୍ମାନ ବଢ଼ିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ କୀଚକେଶ୍ୱରୀ।

ଧନୁ: ଉନ୍ନତି ପାଇଁ ଅଲଗା ଅଲଗା ରାସ୍ତା ଆଗକୁ ଆସିବ। ଝଗଡ଼ାକୁ ସମାପ୍ତ କରିବା ଲାଗି ଚେଷ୍ଟା କରିବେ ଏବଂ ସଫଳ ହେବେ। ଆପଣଙ୍କର ଆତ୍ମବିଶ୍ୱାସ ବଢ଼ିବ। କମ୍‌ ଦାମରେ ନୂଆ ଘର ମିଳିପାରେ। ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ଦୁର୍ଗା।

ମକର: ଆଜି ଆପଣଙ୍କ ଭାଗ୍ୟ ଆପଣଙ୍କୁ ପୂରା ସାଥ ଦେବ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅନ୍ୟଥା ଆପଣଙ୍କ କ୍ୟାରିୟର ଉପରେ ପ୍ରଭାବ ପଡ଼ିବ। ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ବାବା ଆଖଣ୍ଡଳମଣି।

କୁମ୍ଭ: ଆପଣଙ୍କ ହାସ୍ୟକୌତୁକ ସ୍ୱଭାବ ସମସ୍ତଙ୍କୁ ଭଲ ଲାଗିବ। ବୟୋଜ୍ୟେଷ୍ଠଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ। କର୍ତ୍ତୃପକ୍ଷ ଆପଣଙ୍କ କୌଣସି କଥାକୁ ନେଇ ନାରାଜ ହୋଇପାରନ୍ତି। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରଣୀ।

ମୀନ: ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଜୀବନସାଥୀଙ୍କ ପୂରା ସହଯୋଗ ମିଳିବ। ଶତ୍ରୁଙ୍କୁ ପରାସ୍ତ କରିବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରେମୀ ଯୁଗଳଙ୍କ ପାଇଁ ସମୟ ଭଲ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଚନ୍ଦନେଶ୍ୱର।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More