Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
0 34

ମେଷ: ଆଜି ଆପଣ ସକାରାତ୍ମକ ଊର୍ଜା ଅନୁଭବ କରିବେ। କାରବାରରେ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିବେ ଏବଂ ସଫଳ ହେବେ। ମିତ୍ରଙ୍କ ଠାରୁ ଭଲ ଖବର ମିଳିପାରେ। କୋର୍ଟ କଚେରି ମାମଲା ଆପଣଙ୍କ ପକ୍ଷରେ ହୋଇପାରେ। ଶୁଭରଙ୍ଗ: ବାଦାମୀ। ଆରାଧନା: ମହାଦେବ।

ବୃଷ: ନିଜ କାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ। ଆର୍ଥିକ ଲାଭ ହେବ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ ନୂଆ ଦାୟିତ୍ଵ ଅର୍ପଣ କରିବେ। ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ। ବାହାନ ଚଳାଇବା ସମୟରେ ମୋବାଇଲରେ କଥା ହୁଅନ୍ତୁ ନାହିିଁ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ହନୁମାନ।

ମିଥୁନ: ରଚନାତ୍ମକ ଊର୍ଜାରେ ଭରା ରହିବେ। ମିତ୍ରଙ୍କ ସହାୟତାରେ ବ୍ୟବସାୟରେ ଉନ୍ନତି ହେବ। କଳାକାରଙ୍କ ପାଇଁ ଦିନଟି ଲାଭଦାୟକ ରହିବ। ଫିଲ୍ମ ବା କାର୍ଯ୍ୟକ୍ରମରେ ଅନୁବନ୍ଧ ମିଳିବ। ପ୍ରେମୀ ଯୁଗଳଙ୍କ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ବାବା ଆଖଣ୍ଡଳମଣି।

କର୍କଟ: ଦିନଟି ଆପଣଙ୍କ ଲାଗି ଖୁସି ନେଇ ଆସିବ। ଯୋଜନା ପ୍ରସ୍ତୁତ କରିବେ ଏବଂ ଯୋଜନା କ୍ରିୟାନ୍ଵିତ କରିବା ମନୋଭାବରେ ରହିବେ। ପରିବାରରେ କୌଣସି ବଡ଼ ଖୁସି ଆସିପାରେ। ନୂଆ ଗାଡ଼ି କିଣିବା ପାଇଁ ମନ ବଳିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସିଂହ: ଦିନଟି ଉତ୍ସାହ ବର୍ଦ୍ଧକ ରହିବ। ଯୋଜନାକୁ ଗୁପ୍ତ ରଖନ୍ତୁ, ସଫଳତା ନିଶ୍ଚୟ ମିଳିବ। ବ୍ୟବସାୟରେ ଅଂଶୀଦାର ହେବା ପାଇଁ ସମୟ ଭଲ। ବିବାହିତ କୌଣସି ମନୋରମ ସ୍ଥାନକୁ ଭ୍ରମଣରେ ଯାଆନ୍ତୁ, ସମ୍ବନ୍ଧରେ ମଧୁରତା ଆସିବ। ଶୁଭରଙ୍ଗ: ମାଜେଣ୍ଡା। ଆରାଧନା: ମାଆ ଶାରଳା।

କନ୍ୟା: ଦିନଟି ଆପଣଙ୍କ ଲାଗି ନୂଆ ସ୍ୱାଗତ ନେଇ ଆସିଛି। ଖୋଦକୁ ଲୋକଙ୍କ ସାମନାରେ ବଢ଼ିଆ ପ୍ରମାଣିତ କରି ପାରିବେ। କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ଜୀବନସାଥୀଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ସନ୍ତୋଷୀ ମାତା।

ତୁଳା: ଆପଣଙ୍କ ଠାରୁ ବଡ଼ଙ୍କ ସେବା କରନ୍ତୁ; ସଫଳତା ପାଇବେ। ରାଜନୀତିରେ ଆର୍ଥିକ ଲାଭ ହେବ। ନୂଆ ଭିତ୍ତି ରଖିବା ଲାଗି ଦିନଟି ଅନୁକୂଳ। ଜୀବନସାଥୀଙ୍କ ଠାରୁ ଖୁବ୍‌ ସୁନ୍ଦର ଉପହାର ପାଇବେ। ଲେଖାପଢ଼ାରେ ସାଥୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଗାୟତ୍ରୀ।

ବିଛା: ନିଜ ଉପରେ ବିଶ୍ୱାସ ରଖନ୍ତୁ। ଲାଗିରହିଥିବା ବିବାଦର ସମାଧାନ ହୋଇଯିବ। କାରବାର ବୃଦ୍ଧି ହେବ। ଆର୍ଥିକ ସ୍ଥିତି ମଜଭୁତ ରହିବ। ସାର୍ବଜନିକ ଜୀବନରେ ଯଶ, ମାନ ଓ ପ୍ରତିଷ୍ଠା ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ। ଶୁଭରଙ୍ଗ: ମେରୁନ। ଆରାଧନା: ଶ୍ରୀ ଗଣେଶ।

ଧନୁ: ପୁରୁଣା ଚିନ୍ତା ଆଜି ସମାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଏଭଳି ଅବସର ପ୍ରାପ୍ତ ହେବ ଯାହା ଦ୍ଵାରା ଭବିଷ୍ୟତ ଜୀବନ ଉଜ୍ଜ୍ଵଳମୟ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

ମକର: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ। ବୟୋଜ୍ୟେଷ୍ଠଙ୍କ ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ, ସଫଳତା ମିଳିବ। ଭାଷା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅପବ୍ୟୟରୁ ନିବୃତ୍ତ ରହନ୍ତୁ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲିଙ୍ଗରାଜ।

କୁମ୍ଭ: ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲ। ଲୋକେ ଆପଣଙ୍କ ଭଲ ସ୍ୱଭାବ ଲାଗି ଆକର୍ଷିତ ହେବେ। ବଡ଼ କାରବାରର ସଉଦା ହାତକୁ ଆସିପାରେ। ସଉଦାରୁ ଯଥେଷ୍ଟ ଫାଇଦା ହେବ। ପାରିବାରିକ ଅଶାନ୍ତିର ସମାଧାନ ହୋଇଯିବ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ବିମଳା।

ମୀନ: ଦିନଟି ସକାରାତ୍ମକ ଭରା ରହିବ। ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ରହିବେ। ଆମଦାନିର ନୂଆ ସ୍ରୋତ ମିଳିପାରେ। ମହିଳାଙ୍କ ସାହିତ୍ୟ, ଗଳ୍ପ ଆଦିରେ ରୁଚି ବଢ଼ିବ। ପୁରୁଣା କଥା ଦାମ୍ପତ୍ୟ ଜୀବନକୁ ମଧୁର କରିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ମଝିଘରିଆଣୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More