Only for Entertainment

ଜାଣନ୍ତୁ ଆଜିର ରାଶିଫଳ

womens health
0 47

ମେଷ: ଦିନଟି ଆପଣଙ୍କ ଲାଗି ଅନୁକୂଳ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ମଜଭୁତ ହେବ। ବିବାହ ପାଇଁ ନିଷ୍ପତ୍ତି ନେଇ ପାରନ୍ତି। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ବାବା କପିଳାସ।

ବୃଷ: ଧର୍ମକର୍ମ କରନ୍ତୁ; ଲାଭ ମିଳିବ। ଜୀବନରେ ସ୍ଥିରତା ଆସିବ। ନେତା ଓ ଉଚ୍ଚପଦସ୍ଥ ଅଧିକାରୀଙ୍କ ସଙ୍ଗରେ ରହିବାର ସୁଯୋଗ ମିଳିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଦୁର୍ଗା।

ମିଥୁନ: କୌଣସି କଥାକୁ ନେଇ ମନରେ ଦ୍ଵନ୍ଦ୍ୱ ରହିବ। ମହତ୍ତ୍ୱପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ; ଅନ୍ୟଥା ଆପଣଙ୍କ କ୍ୟାରିୟର ଉପରେ ପ୍ରଭାବ ପଡ଼ିବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

କର୍କଟ: ଦିନଟି ଢେରସାରା ସ୍ୱାଗତ ନେଇ ଆସିଛି। କୌଣସି ଅନୁବନ୍ଧ ପାଇଁ ପ୍ରସ୍ତାବ ମିଳିବ। ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ସୁସ୍ୱାଦୁ ଖାଦ୍ୟ ଭୋଜନ କରିବେ। ରାତିରେ ନିଦ ଭଲ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

ସିଂହ: ସଫଳତାର ଦିନଟିଏ। ସବୁ ସମସ୍ୟାର ସମାଧାନ ହୋଇଯିବ। ଆର୍ଥିକ ଲାଭ ଏବଂ ଉନ୍ନତି ଯୋଗ ପ୍ରବଳ ରହିଛି। ଆପଣ ନିଜର ଦକ୍ଷତାପଣକୁ ନେଇ ଗର୍ବ ଅନୁଭବ କରିବେ। ପାରିବାରିକ ଅଶାନ୍ତିର ସମାଧାନ ହୋଇଯିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।

କନ୍ୟା: ଆଜିର ଦିନଟି ବନ୍ଧୁମାନଙ୍କ ସହିତ କଟିବ। ପ୍ରବଳ ଯାତ୍ରା ଯୋଗ ରହିଛି। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। କ୍ରିକେଟ୍‌ ଖେଳାଳିମାନଙ୍କ ପ୍ରଦର୍ଶନ ଭଲ ରହିବ। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ସନ୍ତୋଷୀ ମାତା।

ତୁଳା: ନୂଆ ସମ୍ଭାବନା ମିଳିପାରେ। ଅବସରର ଲାଭ ନିଅନ୍ତୁ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ। ନୂଆ ଘର କିଣିବା ଲାଗି ଆଗ୍ରହ ବୃଦ୍ଧି ହେବ। ରାଜନୀତିରେ ସଫଳତା ପାଇବେ। ପ୍ରେମିକପ୍ରେମିକା ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ସୁରେଶ୍ୱରୀ।

ବିଛା: ଧର୍ମକର୍ମରେ ରୁଚି ରହିବ। ଭବିଷ୍ୟତକୁ ନେଇ ସାର୍ଥକ ଯୋଜନା ପ୍ରସ୍ତୁତ କରିବେ। ଆପଣଙ୍କ ବ୍ୟବହାରରେ ଲୋକଙ୍କ ହୃଦୟ ଜିଣିବେ। ଅଫିସରେ କିଛି ବଡ଼ ସଉଦା କରିବାର ସୁଯୋଗ ମିଳିପାରେ। ପ୍ରେମ ପ୍ରସଙ୍ଗ ଲାଗି ନୂଆ ସମ୍ଭାବନା ରହିଛି। ଶୁଭରଙ୍ଗ: ଧଳା। ଆରାଧନା: ମାଆ କୀଚକେଶ୍ୱରୀ।

ଧନୁ: ପୂର୍ବରୁ କରିଥିବା ପରିଶ୍ରମରୁ ଆଜି ଆପଣଙ୍କୁ ଲାଭ ମିଳିବ। ପୁରସ୍କାର ଓ ସମ୍ମାନ ମିଳିବା ଯୋଗ ରହିଛି। ବ୍ୟବସାୟରେ ପଇସା ଲଗାନ୍ତୁ, ଲାଭ ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ। ସ୍ୱାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ଶ୍ରୀକୃଷ୍ଣ।

ମକର: ଦିନଟି ଆପଣଙ୍କ ପାଇଁ ଆନନ୍ଦମୟ ରହିବ। କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ଅଧ୍ୟାପିକାଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ବନ୍ଧୁଙ୍କ ସହିତ ସିନେମା ଦେଖିବା ପାଇଁ ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ନାରାୟଣୀ।

କୁମ୍ଭ: ଉଚିତ ଫଇସଲା ନେବାର ଦିନଟିଏ। ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ହେବ। କିଛି ଖାସ୍‌ କାମରେ ଯାତ୍ରାରେ ଯିବେ। ଜୀବନରେ ମଉଜ ମଜଲିସ ପାଇଁ ସୁନ୍ଦର ଅବସର ପାଇବେ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ଶାରଳା।

ମୀନ: ଯଶପ୍ରାପ୍ତିର ଦିନଟିଏ। ପ୍ରଗତିର ପାହାଚ ଚଢ଼ିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ଚାକିରିଆଙ୍କୁ ପାରିତୋଷିକ ମିଳିପାରେ। ବୈବାହିକ ଜୀବନରେ ମଧୁରତା ଆସିବ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନଯୋଗ ଦେବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More