Only for Entertainment

ଜାଣନ୍ତୁ ଆଜିର ରାଶିଫଳ ।

25

ମେଷ: କାରବାର ଲାଗି ଆଜି ଦିନଟି ଭଲ। ଭବିଷ୍ୟତକୁ ନେଇ ସାର୍ଥକ ଯୋଜନା ପ୍ରସ୍ତୁତ କରିବେ। ଅଫିସରେ ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଜୀବନସାଥୀଙ୍କ ସହିତ ଧର୍ମାନୁଷ୍ଠାନକୁ ଯାତ୍ରାରେ ଯାଇପାରନ୍ତି। ଶୁଭରଙ୍ଗ: ବାଦାମୀ। ଆରାଧନା: ମାଆ ପାଟଣେଶ୍ବରୀ।

ବୃଷ: ଆଜି ସବୁ କିଛି ଠିକ୍‌ଠାକ୍‌ ରହିବ। ମିତ୍ରଙ୍କ ସହଯୋଗରେ ବ୍ୟବସାୟରେ ଉନ୍ନତି ହେବ। ଆର୍ଥିକ ସ୍ଥିତିରେ ପୂର୍ବ ଅପେକ୍ଷା ସୁଧାର ହେବ। ମହିଳାଙ୍କୁ ଘର କାମରେ ପତିଙ୍କ ସହଯୋଗ ମିଳିବ। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ମହତ୍ତ୍ବପୂର୍ଣ୍ଣ ରହିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ରାମଚଣ୍ତୀ।

ମିଥୁନ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଲାଗିରହିଥିବା କୌଣସି ସମସ୍ୟାର ସମାଧାନ ହେବ। କାର୍ଯ୍ୟକ୍ଷେତ୍ରରେ ଭଲ ଢଙ୍ଗରେ କାମ କରିବେ। ଅଚାନକ ଧନପ୍ରାପ୍ତି ହେବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବୃଦ୍ଧି ହେବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଅମ୍ବିକା।

କର୍କଟ: ଜରୁରୀ କାମ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ। ଅନ୍ୟମାନଙ୍କ କଥା ଉପରେ ଧୢାନ ଦିଅନ୍ତୁ, ଲାଭ ହେବ। ଜୀବନସାଥୀଙ୍କ ସହିତ ରାଜ୍ୟ ବାହାରକୁ ଯିବାର ଯୋଜନା କରିପାରନ୍ତି। ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ସି˚ହ: ଦିନଟି ଆପଣଙ୍କ ଲାଗି ଉତ୍ସାହଭରା ରହିବ। ଜୀବନରେ ଲାଗିରହିଥିବା ସ˚ଘର୍ଷ ସମାପ୍ତ ହେବ। ଚାକିରିଆଙ୍କୁ ପଦୋନ୍ନତି ମିଳିପାରେ। ଧନଲାଭର ନୂଆ ରାସ୍ତା ଖୋଲିବ। ପ୍ରେମିକାଙ୍କୁ କିଛି ଉପହାର ଦିଅନ୍ତୁ; ସମ୍ବନ୍ଧରେ ଆହୁରି ମଧୁରତା ଆସିବ। ଶୁଭରଙ୍ଗ: ଧୂସର। ଆରାଧନା: ମହାଲକ୍ଷ୍ମୀ।

କନ୍ୟା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ସବୁ କାମ ଆପଣଙ୍କ ମନମୁତାବକ ହେବ। କୌଣସି କ˚ପାନିରେ ଚାକିରିର ପ୍ରସ୍ତାବ ମିଳିପାରେ। ପ୍ଲାଷ୍ଟିକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

ତୁଳା: ସ୍ଥଗିତ ଥିବା କାମରେ ସମାଧାନ ମିଳିବା ହେତୁ ମାନସିକ ଶାନ୍ତି ଅନୁଭବ କରିବେ। ଭାଇଭଉଣୀଙ୍କ ସହିତ ବୁଝାମଣା ଠିକ୍‌ ରହିବ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ସୁରେଶ୍ବରୀ।

ବିଛା: ପୂଜାପାଠରେ ଅଧିକ ସମୟ ବିତିବ। ବୁଦ୍ଧିଜୀବୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଉନ୍ନତି ଲାଗି ଅଲଗା ଅଲଗା ରାସ୍ତା ସାମନାକୁ ଆସିବ। ବାକିଆ ପଇସା ମିଳିବ। ଛାତ୍ରଙ୍କୁ କୌଣସି ମିତ୍ରଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଭୈରବୀ।

ଧନୁ: କୌଣସି ନା କୌଣସି ସମସ୍ୟାର ମୁକାବିଲା କରିବେ। ଏକାଗ୍ରତାର ସହିତ କାମ କରନ୍ତୁ, ପରିଶ୍ରମର ଫଳ ପାଇବେ। ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ଆସିବ। ସାର୍ବଜନିକ ଜୀବନରେ ଯଶ, ମାନ ଓ ପ୍ରତିଷ୍ଠା ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଅମ୍ବିକା।

ମକର: ନିଜର ମହତ୍ତ୍ବକୁ ଜାଣନ୍ତୁ। ବ୍ୟବହାରରେ ସକାରାତ୍ମକ ବଜାୟ ରଖନ୍ତୁ। ଆମଦାନି ଲାଗି ନୂଆ ମାଧୢମ ଦୃଷ୍ଟିଗୋଚର ହେବ। ରାଜନୀତିକ ନେତାମାନଙ୍କ ଲାଗି ଦିନଟି ଶୁଭ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ବିରଜା।

କୁମ୍ଭ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। ଜ୍ଞାନ ଓ ବୁଦ୍ଧିବଳ ପ୍ରୟୋଗ କରନ୍ତୁ; ସଫଳତା ପାଇବେ। କ୍ୟାରିୟର ପାଇଁ ନୂଆ ରାସ୍ତା ଉନ୍ମୁକ୍ତ ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ। ଛାତ୍ରଙ୍କ କ୍ୟାରିୟରରେ ବଡ଼ ସଫଳତା ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ତାରିଣୀ।

ମୀନ: ଦିନଟି ଆପଣଙ୍କ ଲାଗି ମହତ୍ତ୍ବପୂର୍ଣ୍ଣ ରହିବ। ବେକାରଙ୍କୁ ରୋଜଗାରର ନୂଆ ଅବସର ମିଳିବ। ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ। ରାଜନୀତିରେ ଯେଉଁମାନେ ସକ୍ରିୟ ଅଛନ୍ତି, ସେମାନଙ୍କୁ ଲାଭ ପ୍ରାପ୍ତ ହେବ। ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ଶ୍ରୀକୃଷ୍ଣ।

Comments
Loading...

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More